କଟକ(ଭୟେସ ଅଫ୍ ଇଣ୍ଡିଆ) :-  ଆଜି କଟକ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ ପ୍ରକାଶ ପାଇଛି। ମୋଟ ୭୯୬ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୪୧ଜଣ ପାସ କରିଛନ୍ତି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟର ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷାଫଳ କଟକ ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ https://www.bseodisha.ac.in/ରେ ଉପଲବ୍ଧ ହେଉଛି। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ ବ୍ରାଉଜ କରି ସେମାନଙ୍କ ପରୀକ୍ଷାଫଳ ଜାଣି ପାରିବେ ବୋଲି ସୂଚନା ଦିଆଯାଇଛି।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *